Annapurna Yojana-food at 1 rupee

Spread the love

Annapurna Yojana Odisha

ରାଜଧାନୀରେ ୧ ଟଙ୍କାରେ ମିଳିବ ଖାଦ୍ୟ : : ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସୂଚନା

ରାଜଧାନୀର  ଭୁବନେଶ୍ୱରରେ ବିଭିନ୍ନ ବସ୍ତି, ରେଳଷ୍ଟେସନ, ବସଷ୍ଟାଣ୍ଡ, ମନ୍ଦିର ପାର୍ଶ୍ବବର୍ତ୍ତୀ ଅଞ୍ଚଳ, ବଜାରରେ ଭୋକିଲା ରହୁଥିବା ଲୋକଙ୍କୁ ମାଗଣାରେ ରନ୍ଧା ଖାଦ୍ୟ ଯୋଗାଇବା ଦିଆଯିବ | ସେଥିପାଇଁ ଜାନୁଆରି ୮ରେ ଏକ ଟ୍ରଷ୍ଟ ଅନ୍ନପୂର୍ଣ୍ଣାକୁ ଲୋକାର୍ପିତ କରିଥିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏବେ ଅନ୍ନପୂର୍ଣ୍ଣା ଯୋଜନା ଅଧିନରେ ମାଗଣା‌ରେ ନୁହେଁ ବରଂ ଖାଦ୍ୟ ଖାଇବା ପାଇଁ ୧ଟଙ୍କା ଦେବାକୁ ହେବ। ଏ ନେଇ ଆଜି ଘୋଷଣା କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ବିଏମସିର ବିଜ୍ଞପ୍ତି ପରେ ଅପରାଜିତା ଷଡଙ୍ଗୀ ଏଭଳି ସୂଚନା ଦେଇଛନ୍ତି। ବିଏମସିର ନୂଆ ବିଜ୍ଞପ୍ତି ଅନୁସାରେ , ରାସ୍ତାକଡ ଲୋକଙ୍କୁ ଖାଦ୍ୟ କିମ୍ବା ଅନ୍ୟାନ୍ୟ ସାମଗ୍ରୀ ନ ବାଣ୍ଟି ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ପରିଚାଳିତ ହେଉଥିବା ଆଶ୍ରୟସ୍ଥଳରେ ବାଣ୍ଟନ୍ତୁ । ବିଏମସିର ଅନୁମତି ନେଇ ସଂସ୍ଥା କିମ୍ବା ବ୍ୟକ୍ତି ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ ବାଣ୍ଟି ପାରିବେ ବୋଲି କୁହାଯାଇଛି । ଏପରି ନକଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ ଚେତାଇ ଦିଆଯାଇଛି ।

Annapurna yojana odisha || ଅନ୍ନପୂର୍ଣ୍ଣା ଯୋଜନା || odia24.com
Annapurna yojana odisha

ପ୍ରକୃତରେ କଥା ହେଲା ବିଏମସି ଭୁବନେଶ୍ୱରକୁ ଭିକାରୀମୁକ୍ତ କରିବା ପାଇଁ ଅଭିଯାନ ଆରମ୍ଭ କରିଛି  । ରାସ୍ତାକଡ ବାସହରାଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ ବଣ୍ଟନ କରାଯାଉଥିବାରୁ ସେମାନେ ବିଏମସି ପରିଚାଳିତ ଆଶ୍ରୟସ୍ଥଳକୁ ଯାଉନଥିବା ଦେଖିବାକୁ ମିଳୁଛି । ତେଣୁ ସେମାନଙ୍କ ମାନସିକତାରେ ପରିବର୍ତ୍ତନ ଆଣିବା ପାଇଁ ଏଭଳି କଡା କଟକଣା ଲଗାଇଛି ବିଏମସି । ଏଥିପାଇଁ ବିଏମସି ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହି ବିଜ୍ଞପ୍ତି ପ୍ରକାଶ ପରେ ଅନ୍ନପୂର୍ଣ୍ଣା ଯୋଜନାରେ ଲୋକଙ୍କୁ ୧ଟଙ୍କାରେ ଖାଦ୍ୟ ଯୋଗାଇଦିଆଯିବ ବୋଲି ସାଂସଦ ଅପରାଜିତା ଷଡଙ୍ଗୀ କହିଛନ୍ତି।


Spread the love

Leave a Reply

Your email address will not be published. Required fields are marked *